ଆଜି ସରିବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର : ଚଳିତ ବର୍ଷ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫେବୃଆରୀ ୨୦ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪ରେ ଶେଷ ହେବ। ଚଳିତବର୍ଷ ୨ ହଜାର ୯୯୧ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ଶେଷ ଦିନରେ ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ଅଛି। ସୂଚନା ଯୋଗ୍ୟ ଯେ, ଚଳିତ ଶିକ୍ଷାବର୍ଷରେ ଚଳିତ ଥର ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩୦୪୭ ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହୋଇଥିଲା। ଏଥିପାଇଁ ଦୁର୍ଗମ ଅଞ୍ଚଳର ୨୧ ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଥିଲା। ସେହିପରି ୭ ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ଯ ଓପନ ସ୍କୁଲ ସାର୍ଟିଫିକେଟ ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେଉଛନ୍ତି । ତେବେ ମାର୍ଚ୍ଚ ୪ରେ ପରୀକ୍ଷା ଶେଷ ହେବାପରେ ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବା ନେଇ ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

ଆଜି ସରିବ ମାଟ୍ରିକ ପରୀକ୍ଷା