ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଛନ୍ତି।ଅପରପକ୍ଷେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକୁ ନଜରରେ ରଖି ଭୁବନେଶ୍ବରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୬ଜଣ ଅତିରିକ୍ତ ଡିସିପି, ୧୦ଜଣ ଏସିପି, ୧୯ଜଣ ଇନ୍ସପେକ୍ଟର, ୬୯ ଅଫିସର ଏବଂ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ। ଏହାବ୍ୟତୀତ ଗୋଟିଏ ୟୁନିଟ୍ ଏସଟିଓ ଓ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି।