କଟକ ବାଲିଯାତ୍ରାରେ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟନ...

Nov 6, 2025 - 19:01
 15
କଟକ ବାଲିଯାତ୍ରାରେ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟନ...

ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତି ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିų ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ମୋଟ ୧୦୨ ଟି ଷ୍ଟଲ ଖୋଲିଥିବା ବେଳେ ରାଜ୍ୟ ସରକାରଙ୍କ ମାନ୍ୟତାପ୍ରାପ୍ତ ଅଧୂକାଂଶ ହସ୍ତଶିଳ୍ପ ଉପକରଣ ଉପଲବ୍ଧ ରହିଛି । ଏହା ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲୁ ରହିବ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ଅତିରିକୁ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା, ଉପନିର୍ଦ୍ଦେଶକ ସୌମ୍ୟା ସୁରଭିତା ସିଂ ପ୍ରମୁଖ ଉପସ୍ଥିତ ଥିଲେ ।