କ୍ୟାବିନେଟ ର ୪୪ ତମ ବୈଠକ...
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୪ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l
ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l
ବୈଠକରେ ୭ ଟି ବିଭାଗର ୧୩ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l
ଜଳ ସମ୍ପଦ ବିଭାଗର ୧ଟି,
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି,
ସମବାୟ ୧ଟି,
କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧,
ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି
ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l
ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି l