ଗଠନ ହେଲା ବିଧାନସଭା ଷ୍ଟାଣ୍ଡିଙ୍ଗ ଓ ପିଏସି କମିଟି...
ବାଚସ୍ପତି ସୁରମା ପାଢ଼ୀ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ।
୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ ହୋଇଛି ।
ବିଧାନସଭାର କାର୍ଯ୍ୟ ପରିଚାଳନା, ସରକାରୀ ବିଭାଗର କାର୍ଯ୍ୟ ସମୀକ୍ଷା, ବଜେଟ୍ ବ୍ୟୟ ଓ ଲୋକଧନର ଉପଯୋଗ ଉପରେ ନଜର ରଖିବା ପାଇଁ ଏହି କମିଟିଗୁଡ଼ିକ ଗଠନ କରାଯାଇଛି ।
ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ଏକାଧିକ ବିଜ୍ଞପ୍ତି ପ୍ରକାଶ ପାଇଛି । ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ ପିଏସି କମିଟି ଅଧ୍ୟକ୍ଷ ହେଲେ ବିରୋଧୀ ଦଳ ମୁଖ୍ୟ ପ୍ରମିଳା ମଲ୍ଲିକଙ୍କୁ ଦାୟିତ୍ବ ମିଳିଛି ।
କମିଟିରେ ରାମ ଚନ୍ଦ୍ର କାଡାମ, ଅରୁଣ ସାହୁ, ଗଣେଶ୍ଵର ବେହେରା, ସନାତନ ବିଜୁଳିଙ୍କ ସମେତ ୧୧ ବିଧାୟକ ସଦସ୍ୟ ରହିଛନ୍ତି ।
ସେହିଭଳି ପ୍ରିଭିଲେଜ କମିଟିର ଅଧ୍ୟକ୍ଷ ଜୟନାରାୟଣ ମିଶ୍ର ରହିଥିବା ବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ସଦସ୍ୟ ଅଛନ୍ତି ।
ସେହିଭଳି ଷ୍ଟାଣ୍ଡିଂ କମିଟି ୧ର ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ର, ୨ର ଅଧ୍ୟକ୍ଷ ସନ୍ତୋଷ ଖଟୁଆ, ୩ର ବାବୁ ସିଂ, ୫ର ବିଭୁତି ପ୍ରଧାନ, ୬ର ରାମ ଚନ୍ଦ୍ର କାଡାମ, ୯ର ସନାତନ ବିଜୁଳି ଏବଂ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପୁନର୍ବାର ୨୦୨୬-୨୭ ବର୍ଷ ପାଇଁ ଷ୍ଟାଣ୍ଡିଂ କମିଟି ୧୦ର ଅଧ୍ୟକ୍ଷ ଭାବେ ଚୟନ କରାଯାଇଛି ।
ଲାଇବ୍ରେରୀ କମିଟିର ଅଧ୍ୟକ୍ଷ ଭାବେ ଆକାଶ ଦାସ ନାୟକ ଚୟନ ହୋଇଥିବା ବେଳେ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି ୧୧ ନିଲମ୍ବିତ ବିଧାୟକ ।