ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ଙ୍କ ଅଧ୍ଯକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ରେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ,ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧୂକ୍ଷକ ଡ଼ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ । ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହୋତ୍ସବ ୫ଦିନ ପାଳିତ ହେବ I ଆସନା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ଗୋପାଳପୁର ବେଳାଭୂମି ରେ ପାଳନ କରାଯିବ ।
ବିଭିନ୍ନ ପ୍ରତିଯୋଗିତା ଯେପରି ଝୋଟି, ଆଲୋଚନା ଚକ୍ର , କବିତା ପାଠୋତ୍ସବ, ଭଲିବଲ୍, ଫୁଟବଲ,ବୋଟ ରେସିଂ
**
**