ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Sep 10, 2026 - 08:32
 3
ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l 

ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ।

ଆଜି ଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। 

ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ।