ପୋଲିସ ଗିରଫଦାରିରେ ଥିବା ଆଇନଗତ ସୂଚନା...
ପୋଲିସ ଗିରଫଦାରିରେ ଥିବା ଆଇନଗତ ସୂଚନା...
ପୋଲିସ ଗିରଫ କରିବାକୁ ଆସିବା ବେଳେ ସିଆରପିସିର ଧାରା ୫୦ ଅନୁସାରେ ଆପଣ ଗିରଫର କାରଣ ପଚାରି ପାରିବେ
ଆଉ ପୋଲିସ ଏହାର ଉତ୍ତର ଦେବାକୁ ବାଧ୍ୟ
ଗିରଫ କରିବାକୁ ଆସିଥିବା ପୋଲିସ ଅଫିସରଙ୍କ ୟୁନିଫର୍ମରେ ନାମଫଳକ ରହିବା ଜରୁରୀ
ସିଆରପିସିର ଧାରା ୫୦ (ଏ) ମୁତାବକ,ଗିରଫ ହେଉଥିବା ବ୍ୟକ୍ତି ଏନେଇ ନିଜ ପରିବାରକୁ ଜଣାଇ ପାରିବେ
ଯଦି ଏ ବାବଦରେ ସେ ଜଣାଇବାକୁ ଅସମର୍ଥ ହେଉଛନ୍ତି ତେବେ ପୋଲିସ ନିଜ ଆଡୁ ତାଙ୍କ ପରିବାରକୁ ସୂଚନା ନିଶ୍ଚିତ ଦେବେ
ସିଆରପିସିର ଧାରା ୪୧(ବି) ଅନୁସାରେ, ପୋଲିସକୁ ଗିରଫ କରିବା ପୂର୍ବରୁ ଏକ ଆରେଷ୍ଟ ମେମୋ ପ୍ରସ୍ତୁତ କରିବାକୁ ପଡିଥାଏ
????ସେଥିରେ ଗିରଫ କରିବାକୁ ଆସିଥିବା ପୋଲିସ ଅଧିକାରୀଙ୍କ ପଦବୀ, ଗିରଫ କରିବା ସମୟ, ଉପସ୍ଥିତ ଅନ୍ୟ ପୋଲିସ ଅଧିକାରୀ ଓ ପ୍ରତ୍ୟକ୍ଷ ଦର୍ଶୀଙ୍କ ହସ୍ତାକ୍ଷର ରହିବା ଜରୁରୀ
ଏହି ମେମୋରେ ଗିରଫ ହୋଇଥିବା ବ୍ୟକ୍ତିଙ୍କ ସ୍ୱାକ୍ଷର ମଧ୍ୟ ରହିବ
????ସିଆରପିସିର ଧାରା ୫୪ ମୁତାବକ ଗିରଫ ହୋଇଥିବା ବ୍ୟକ୍ତି ଯଦି ମେଡ଼ିକାଲ ଟେଷ୍ଟ କରିବାକୁ ଚାହିଁବେ ତେବେ ପୋଲିସ ଏହା କରିବାକୁ ବାଧ୍ୟ
????ମେଡ଼ିକାଲ ଟେଷ୍ଟର ଫାଇଦା ହେଉଛି ଯଦି ପୋଲିସ ହେପାଜତକୁ ଆସିବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କୌଣସି ଆଘାତ ଲାଗୁଛି ତେବେ ଏଥିପାଇଁ ପୋଲିସ ଦାୟୀ ରହିବ
????ନିୟମ ମୁତାବକ ଗିରଫ ହୋଇଥିବା ବ୍ୟକ୍ତିଙ୍କ ର ୪୮ ଘଣ୍ଟା ମଧ୍ୟରେ ମେଡ଼ିକାଲ ଯାଞ୍ଚ କରାଯିବା ଉଚିତ
????ସିଆରପିସିର ଧାରା ୫୭ ମୁତାବକ ପୋଲିସ କୌଣସି ବ୍ୟକ୍ତିଙ୍କୁ ୨୪ ଘଣ୍ଟାରୁ ଅଧିକ ସମୟ ଅଟକ ରଖି ପାରିବ ନାହିଁ
????ଯଦି ପୋଲିସ କାହାକୁ ୨୪ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ପାଇଁ ନିଜ ହେପାଜତରେ ରଖୁଛି ତେବେ ଧାରା ୫୬ ମୁତାବକ ତାଙ୍କୁ ମାଜିଷ୍ଟ୍ରେଟଙ୍କ ଅନୁମତି ନେବାକୁ ପଡ଼ିବ
ଏହାର କାରଣ ମଧ୍ୟ ପୋଲିସ ଜଣାଇବାକୁ ବାଧ୍ୟ
????ସିଆରପିସିର ଧାରା ୪୧ (ଡି) ଅନୁସାରେ ଗିରଫ ବ୍ୟକ୍ତି ନିଜ ପରିଜନ ତଥା ନିଜ ଓକିଲ ସହ କଥା ହୋଇ ପାରିବେ
????ଯଦି ଅପରାଧ ଗମ୍ଭୀର ନୁହେଁ ତେବେ ଗିରଫ ବ୍ୟକ୍ତିଙ୍କ ନିକଟରେ ନିଜ ଗିରଫ ଓ।ରେଣ୍ଟ ଦେଖିବାର ଅଧିକାର ରହିଛି
????ଯଦି ଅପରାଧ ଗୁରୁତର ତେବେ ପୋଲିସ ବିନା ୱାରେଣ୍ଟରେ ବ୍ୟକ୍ତିଙ୍କୁ ଗିରଫ କରି ପାରିବେ
????ସିଆରପିସିର ଧାରା ୪୬ (ଏ) ଅନୁସାରେ କୌଣସି ମହିଳାଙ୍କୁ ସୂର୍ଯ୍ୟାସ୍ତ ପରେ ଓ ସୂର୍ଯ୍ୟୋଦୟ ପୂର୍ବରୁ ଗିରଫ କରାଯାଇ ପାରିବ ନାହିଁ
????ଯଦି ଜରୁରୀ ଥାଏ ଓ ମହିଳାଙ୍କୁ ରାତିରେ ଗିରଫ କରିବା ଦରକାର ହୁଏ ତେବେ ପ୍ରଥମେ ପୋଲିସକୁ ସ୍ଥାନୀୟ ମାଜିଷ୍ଟ୍ରେଟଙ୍କ ଅନୁମତି ନେବାକୁ ପଡ଼ିଥାଏ
????ସିଆରପିସିରଧାରା ୫୫ (୧) ମୁତାବକ ଗିରଫ ବ୍ୟକ୍ତିଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟର ଯତ୍ନ ପୋଲିସକୁ ନେବାକୁ ପଡିଥାଏ
????ଦଣ୍ଡ ବିଧି ଆଇନ ବ୍ୟତିତ ଭାରତୀୟ ସମ୍ବିଧାନ ମଧ୍ୟ ଏ କ୍ଷେତ୍ରରେ ସାଧାରଣ ନାଗରିକଙ୍କୁ କେତେକ ବିଶେଷ ଅଧିକାର ଦେଇଛନ୍ତି
ଏହି ଅଧିକାର ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କୁ ବେଆଇନ ଗିରଫ କରାଯାଇଛି ତେବେ ଏହା ସମ୍ବିଧାନର ଅନୁଚ୍ଛେଦ ୨୦, ୨୧ ଓ ୨୨ ରେ ଦିଆଯାଇଥିବା ମୌଳିକ ଅଧିକାରକୁ କ୍ଷୁର୍ଣ୍ଣ କରୁଛି
????ସମ୍ବିଧାନର ଅନୁଚ୍ଛେଦ ୨୦ ମୁତାବକ ଜଣେ ବ୍ୟକ୍ତିଙ୍କୁ ଗୋଟିଏ ଅପରାଧ ପାଇଁ ମାତ୍ର ଥରେ ହିଁ ଗିରଫ କରାଯାଇପାରିବ
????ପୋଲିସ କୌଣସି ବ୍ୟକ୍ତିଙ୍କୁ ନିଜ ବିରୋଧରେ ସାକ୍ଷୀ ହେବାକୁ ବାଧ୍ୟ କରି ପାରିବ ନାହିଁ
????ସମ୍ବିଧାନର ଅନୁଚ୍ଛେଦ ୨୧ ଅନୁସାରେ କୌଣସି ବ୍ୟକ୍ତିଙ୍କୁ କେବଳ ଆଇନ ଅନୁସାରେ ଦଣ୍ଡ ଦିଆଯାଇ ପାରିବ
କିନ୍ତୁ ତାଙ୍କୁ ଜୀବନ ଓ ବ୍ୟକ୍ତିଗତ ସ୍ୱାଧୀନତାରୁ ବଞ୍ଚିତ କରାଯାଇ ପାରିବ ନାହିଁ
????ସମ୍ବିଧାନର ଅନୁଚ୍ଛେଦ ୨୨ ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କୁ ମନଇଚ୍ଛା ପୋଲିସ ଅଟକ ରଖିଛି ତେବେ ତାଙ୍କୁ ତିନି ପ୍ରକାରର ସ୍ୱାଧୀନତା ମିଳିପାରିବ
????ପ୍ରଥମରେ ଗିରଫ ର କାରଣ କହିବାକୁ ପଡ଼ିବ
????ଦ୍ୱିତୀୟ ରେ ୨୪ ଘଣ୍ଟା ଭିତରେ ତାଙ୍କୁ ମାଜିଷ୍ଟ୍ରେଟଙ୍କ ସାମ୍ନାରେ ହାଜର କରିବାକୁ ହେବ
????ତୃତୀୟରେ ଗିରଫ ହୋଇଥିବା ବ୍ୟକ୍ତିଙ୍କୁ ନିଜ ଇଚ୍ଛା ମୁତାବକ ଓକିଲ ବାଛିବା ଅଧିକାର ଥାଏ