ବାଲିଅନ୍ତା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି...

Mar 17, 2026 - 10:38
 10
ବାଲିଅନ୍ତା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି...

ବାଲିଅନ୍ତା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି...

ବାଲିଅନ୍ତା ବ୍ଲକ ଅନ୍ତର୍ଗତ ପ୍ରତାପ ଶାସନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏହି ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । 

ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

????ଜନସାଧାରଣଙ୍କ ୮୨ଟି ବିଭିନ୍ନ ଅଭିଯୋଗ ଉପରେ ଶୁଣାଣି କରାଯାଇଛି । 

????ଏଥମଧ୍ୟରୁ ୫୯ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ 

????ଅନ୍ୟ ୨୩ଟି ଅଭିଯୋଗ ବିଭିନ୍ନ ଗ୍ରାମ ସମ୍ବନ୍ଧୀୟ ରହିଥିଲା । 

ଉକ୍ତ ଅଭିଯୋଗ ଗୁଡିକ ମଧ୍ୟରୁ ୫ ଗୋଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା । 

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି । 

ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।

ଏହି ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଅନ୍ୟ ବରିଷ୍ଠ ଅଧିକାରୀ, ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।