ବିଜେଡି ରାଜି ହୋଇଛି: ନୃସିଂହଚରଣ ସାହୁ

ଭୁବନେଶ୍ୱର: ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ହେବ ନା ନାହିଁ? ସେନେଇ ସସ୍‌ପେନ୍ସ ଜାରି ରହିଛି। ଯଦି ମେଣ୍ଟ ହୁଏ ତେବେ କିଏ ଆସନ ପାଇବ। ଗତ କିଛିଦିନ ଧରି ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ବିଜେପି ଓ ବିଜେଡି ଭିତରେ ମେଣ୍ଟ ଚର୍ଚ୍ଚାକୁ ନେଇ ବିଜେଡି ବିଧାୟକ ନୃସିଂହଚରଣ ସାହୁ ଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କେବଳ ଓଡ଼ିଶାର ସ୍ୱାର୍ଥ ପାଇଁ ବିଜେଡି ମେଣ୍ଟ ପାଇଁ ରାଜି ହୋଇଛି । କେନ୍ଦ୍ର ସହ ଭଲ ବୁଝାମଣା ରହିଲେ ରାଜ୍ୟର ବିଭିନ୍ନ ସୁବିଧା ହେବ ବୋଲି ଆଶା ଅଛି । ଲାଭ ପାଇଁ ହିଁ ମେଣ୍ଟ ହୁଏ । ନୃସିଂହ ଏହାମଧ୍ୟ କହିଛନ୍ତି, ମେଣ୍ଟ ହେଉ କି ନହେଉ ବିଜେଡି ୧୧୦ରୁ ଅଧିକ ଆସନରେ ଜିତିବ । କିନ୍ତୁ ମେଣ୍ଟ ହେଲେ କେତେ ଆସନରେ ବିଜେଡି ଲଢିବ ସେନେଇ ମୁହଁ ଖୋଲିନାହାନ୍ତି ନୃସିଂହ । ଏହି ନିଷ୍ପତ୍ତି ବିଜେଡି ସୁପ୍ରିମୋ ନେବେ ବୋଲି କହିଛନ୍ତି ନୃସିଂହ । ନୃସିଂହ କହିଛନ୍ତି ମେଣ୍ଟ ବାବଦରେ ବିଭିନ୍ନ ଚର୍ଚ୍ଚା ହେଉଛି । ମେଣ୍ଟ ନେଇ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଯାହା ନିଷ୍ପତି ନେବେ ଦଳ ତାହା ମାନିବ । ମେଣ୍ଟ ହେଲେ ବିଦ୍ରୋହୀ ବାହାରିଲା ଭଳି ଲାଗୁନି । ସିଟ କଟିବ କିନ୍ତୁ ବିଦ୍ରୋହୀ ହେବା ଭଳି ଲାଗୁନି । ଯେଉଁ ମାନେ ବିଜେଡ଼ି ପ୍ରତି ବିଶ୍ଵସ୍ତ ସେମାନେ ଦଳରେ ରହିବେ ।

ବିଜେଡି ରାଜି ହୋଇଛି: ନୃସିଂହଚରଣ ସାହୁ