ବିହାର, ପଶ୍ଚିମ ବଙ୍ଗଓ ତାମିଲନାଡୁ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜକୁ ପ୍ରସ୍ତୁତ କରି ସାରିଲାଣି...

Sep 25, 2025 - 21:01
 10
ବିହାର, ପଶ୍ଚିମ ବଙ୍ଗଓ ତାମିଲନାଡୁ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜକୁ ପ୍ରସ୍ତୁତ କରି ସାରିଲାଣି...

ବିହାର ସମେତ ତିନୋଟି ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ ମୁଖପାତ୍ର ନିଯୁକ୍ତ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ପାଇଁ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ଏହାସହିତ ସି.ଆର ପାଟିଲଙ୍କୁ ସହ ମୁଖପାତ୍ର ଏବଂ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସହ ପ୍ରଭାବରୀ ନିଯୁକ୍ତି ଦେଇଛି ଦଳ । ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଆଜି ଏକ ଚିଠି ଜାରି କରି ନୂତନ ପଦାଧୂକାରୀଙ୍କୁ ତୁରନ୍ତ ନିଯୁକ୍ତି ଦେବାକୁ ନିର୍ଦେଶ ଦେଇଥିଲେ ।

 ବିହାର ନିର୍ବାଚନ ବ୍ୟତୀତ ବିଜେପି ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି । ସାଂସଦ ବିପ୍ଳବ ଦେବଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଥିବା ବେଳେ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ରାଜ୍ୟମନ୍ତ୍ରୀ ମୁରଲୀଧର ମାହୋଲଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତ କରିଛି ଦଳ ।