ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି
ରାଜ୍ୟ କ୍ୟାବିନେଟର ୨୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି l
ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି ।
କ୍ୟାବିନେଟ ବୈଠକରେ ଗୃହ ଓ ନଗର ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଗୋଟିଏ ଲେଖାଏଁ ଏହିପରି ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବଗୁଡିକ ରାଜ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ କରିଛି l