ମେ ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ..
ମେ ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ...
ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି
ପରୀକ୍ଷା ଫଳ ବାହାରିବା ପରେ ସଙ୍ଗେ ସଙ୍ଗେ ମିଳିବ ସାର୍ଟିଫିକେଟ୍
ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହୋଇଥିଲା।
ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖା କାର୍ଯ୍ୟରେ ନିଯୁକ୍ତି ରହିଥିଲେ
ଏଥିପାଇଁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଯାଇଥିଲା।
ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଚଳିତବର୍ଷ ରାଜ୍ୟର ୫ ଲକ୍ଷ ୬୨ ହଜାର ୬୧୨ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ।
ଏଥିପାଇଁ ବୋର୍ଡ ଦ୍ବାରା ମୋଟ ୩, ୦୮୨ ପରୀକ୍ଷା କେନ୍ଦ୍ର କରାଯାଇଥିଲା।
ଗତ ଫେବୃଆରୀ ୧୯ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା।
ପାଖାପାଖି ୧୨ ହଜାର ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ।
ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ଯୋଜନା ରହିଥିଲା।