ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଙ୍କ ମହିଳା ଓ ଶିଶୁଙ୍କ ବିରୁଦ୍ଧରେ ଘଟୁଥିବା ଅପରାଧ ଦିଗରେ ତୁରିତ ପଦକ୍ଷେପ |
ଘଟଣାର ଅନ୍ତରାଳେ - ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ବାସୁଖୁଣ୍ଟା ଅଞ୍ଚଳରେ ରହୁଥିବା ଅଭିଯୁକ୍ତ ବାଦଲ ସିଂ ନିଜ ୧୦ ବର୍ଷର ନାବାଳିକା ଝିଅଙ୍କୁ ଯୌନ ନିର୍ଯାତନା ଦେଇ ଆସୁଥିଲା। ନାବାଳିକା ଜଣକ ବାପା ବାଦଲର ବ୍ୟବହାରରେ ଅତିଷ୍ଠ ହୋଇ ଘଟଣା ସଂକ୍ରାନ୍ତରେ ସମ୍ପର୍କୀୟ ମାଉସୀଙ୍କୁ କହିଥିଲେ। ପରେ ମାଉସୀ ଜଣକ ଗତ ଜାନୁୟାରୀ 2 ତାରିଖରେ ରେମୁଣା ଥାନାରେ ଅଭିଯୋଗ କରିଥିଲେ।
ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବାକୁ ପୋଲିସ ପକ୍ଷରୁ ଡିଏନଏ ବିଶ୍ଳେଷଣ ଏବଂ ଫୋରେନସିକ୍ ପ୍ରମାଣ ଭଳି ଅତ୍ୟାଧୁନିକ ବୈଜ୍ଞାନିକ କୌଶଳର ବ୍ୟବହାର କରାଯାଇଥିଲା।
ବାଲେଶ୍ୱର ଜିଲ୍ଲା ପୋକ୍ସ ଅଦାଲତ ରାୟ ପ୍ରକାଶ କରି, ଭାରତୀୟ ନ୍ୟାୟ ସଂହିତା (BNS) ତଥା ପୋକ୍ସୋ ଆଇନ ଅନୁଯାୟୀ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ 7 ବର୍ଷ କାରାଦଣ୍ଡ ଏବଂ ୧୦,୦୦୦ ଟଙ୍କା ଜରିମାନା ଦଣ୍ଡିତ କରିଛନ୍ତି।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମହିଳା ଓ ଶିଶୁଙ୍କ ବିରୁଦ୍ଧରେ ଘଟୁଥିବା ଅପରାଧ ସଂକ୍ରାନ୍ତୀୟ ମାମଲାଗୁଡିକୁ ନିଜେ ଅନୁଧ୍ୟାନ କରୁଛନ୍ତି। ଏହା ସହ ଏଭଳି ସଙ୍ଗୀନ ମାମଲା ଗୁଡିକରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାକୁ ତଦନ୍ତକାରୀ ଅଧିକାରୀ ମାନଙ୍କୁ ଅତ୍ୟାଧୁନିକ ବୈଜ୍ଞାନିକ କୌଶଳ ଓ ଉପକରଣର ବ୍ୟବହାର କରି ତ୍ୱରିତ ବେଗରେ ତଦନ୍ତ କରି ଚାର୍ଜସିଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା ପୋଲିସର ତଦନ୍ତ ଶୈଳୀ, ବୃତ୍ତିଗତ ଦକ୍ଷତା, ପୀଡିତା ଏବଂ ସାକ୍ଷୀ ମାନଙ୍କ ବୟାନ ଯୋଗୁଁ ଏହି ମାମଲାରେ ପୋଲିସକୁ ଉଲ୍ଲେଖନୀୟ ସଫଳତା ମିଳିଛି।