ହୋଇପାରେ ଓଡ଼ିଶାରେ ନାହିଁ ନ ଥିବା ବର୍ଷା...
ଓଡ଼ିଶାରେ ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଅକ୍ଟୋବର ୧ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବ।
ଉତ୍ତର ଓ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ।
ବିଶେଷକରି ଦକ୍ଷିଣ ଓଡ଼ିଶାର ୧୧ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି
ସେଗୁଡିକ ହେଲା : ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗିର ||