୨୬ଟି ସହରରେ ୬୨୬ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Feb 29, 2024 - 21:32
 6
୨୬ଟି ସହରରେ ୬୨୬ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, Drink from Tap, Pavered Road, Sewerage System ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯାଇଛି। ଏଥିସହ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା। ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ରାଜ୍ୟର Drink from Tap କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ Drink from Tap ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ Drink from Tap ସୁବିଧା ମିଳିଲା ବୋଲି ସେ କହିଛନ୍ତି। ରାଜ୍ୟରେ global standard ର public health system ର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଛନ୍ତି।