ଘୋଷଣା ହେଲା ଅଶ୍ବିନୀ ବୈଷ୍ଣବଙ୍କ ନାମ, ହେବେ ବିଜେପିର ଓଡିଶା ରାଜ୍ୟସଭା ପ୍ରାର୍ଥୀ
ଘୋଷଣା ହେଲା ଅଶ୍ବିନୀ ବୈଷ୍ଣବଙ୍କ ନାମ, ହେବେ ବିଜେପିର ଓଡିଶା ରାଜ୍ୟସଭା ପ୍ରାର୍ଥୀ
ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟିଛି। କେନ୍ଦ୍ରୀୟ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶା ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରୁ ପ୍ରକାଶିତ ରାଜ୍ୟସଭା ପ୍ରାର୍ଥୀ ତାଲିକାରେ ଓଡିଶାରୁ ଅଶ୍ବିନୀ ବୈଷ୍ଣବଙ୍କ ନାମ ରହିଛି।
ପୂର୍ବରୁ ବିଜେଡି ଏହି ଆସନଟି ବୈଷ୍ଣବଙ୍କୁ ଦେବା ପାଇଁ ଖାଲି ରଖିଥିଲା।କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କର ନ ଥିଲା। ଫଳରେ ସମସ୍ତେ ଆଶା କରୁଥିଲେ ଯେ, ବୈଷ୍ଣବ ପୁଣି ଥରେ ଓଡିଶାରୁ ରାଜ୍ୟସଭା ଯିବେ। ସେ ଚର୍ଚ୍ଚା ବର୍ତ୍ତମାନ ସତ ହୋଇଛି। ଆଜି ବୈଷ୍ଣବ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିବେ।