ରାଜ୍ୟସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ

ଓଡିଶାର ସ୍ୱାର୍ଥ ଏବଂ ବିକାଶ ପାଇଁ ନିସ୍ୱାର୍ଥପର କାର୍ଯ୍ୟ କରିବି : ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଶ୍ରୀ ବୈଷ୍ଣବ, ବିଜେପି ବିଧାୟକଗଣ ଏବଂ ନେତୃବୃନ୍ଦଙ୍କ ସହ ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ ପହଂଚି ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗତରନାଥ ଜଗନ୍ନାଥଙ୍କ ଏହି ପବିତ୍ର ଭୂମିରେ ନିସ୍ୱାର୍ଥପର ଭାବେ କାର୍ଯ୍ୟ କରିବି ବୋଲି ନାମାଙ୍କନ ପତ୍ର ଦାଖଲ ପରେ ଶ୍ରୀ ବୈଷ୍ଣବ କହିଛନ୍ତି । ଏଥିସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେବା ସହ ଓଡିଶାର ସ୍ୱାର୍ଥ ଏବଂ ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି । ଶ୍ରୀ ବୈଷ୍ଣବଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିଧାୟକ ଏବଂ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ନାମାଙ୍କନ ପତ୍ର ଦାଖଲ କରିବାରେ ଶ୍ରୀ ବୈଷ୍ଣବ ପୁରୀ ଗସ୍ତ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ।