ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି।