EVM ଚୋରି ଆଦୌ ହୋଇନାହିଁ...

Nov 11, 2025 - 08:50
 17
EVM ଚୋରି ଆଦୌ ହୋଇନାହିଁ...

ଭୁବନେଶ୍ବର: ଇଭିଏମ୍ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥୁବା ନେଇ ସୃଷ୍ଟୀକରଣ ରଖୁଛନ୍ତି ମୁଖ୍ୟ ନିର୍ବାଚନ ଅଧୂକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ ଇଭିଏମ ଚୋରିର ଅଭିଯୋଗ ଆସିଥିଲା । ମୁଖ୍ୟ ନିର୍ବାଚନ ଅଧୂକାରୀ ଏନେଇ କହିଛନ୍ତି ରାଜ୍ୟର ୩୦ଟି ଜିଲାରେ ଇଭିଏମ୍ ଷ୍ଟ୍ରଙ୍ଗରୁମରେ ରହିଛି । ପ୍ରତ୍ୟେକ ଷ୍ଟ୍ରଙ୍ଗରୁମରେ ୩ମାସରେ ଥରେ ଲେଖାଏଁ ଯାଞ୍ଚ କରାଯାଏ । ଯାଞ୍ଚ ସମୟରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧୂ ଉପସ୍ଥିତ ରହିଥାନ୍ତି । ଅଭିଯୋଗ ପରେ ଗଞ୍ଜାମର ୨ ୱେୟାରହାଉସର ସିସିଟିଭି ଫୁଟେଜ ଯାଞ୍ଚ ହୋଇଥିଲା । ଏଯାଏ ଇଭିଏମକୁ ନେଇ ବିରୋଧୀଙ୍କ ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୋଇନାହିଁ । ସମସ୍ତ ଯାଞ୍ଚର ଭିଡ଼ିଓଗ୍ରାଫି ହୋଇଥିବା ନେଇ ସୂଚନା ମିଳିଛି ।