ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଭେଟି, ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ
ଆଜି ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆଜି ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏସବୁ ପ୍ରକଳ୍ପ ଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ।
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିବେ। ୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ ।
ଏହି ଷ୍ଟେସନକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର କାର୍ୟ୍ୟକ୍ରମ ରହିଛି । ୨୪ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟାପିଥିବା ଏହି ସଡ଼କ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ପ୍ରକଳ୍ପଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୨୧,୫୨୦ କୋଟି ଟଙ୍କା ରହିଛି।