PUCC କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ...
PUCC କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ...
PUCC ପୂର୍ବରୁ ବକେୟା ଚାଲାଣ ଦେବାକୁ ବାଧ୍ୟ।
ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ୱାର୍ଥ ମାମଲା ଖାରଜ ।
ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC।ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ ଆଡଭୋକେଟ୍ ଜେନେରାଲ।
ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ।
AGଙ୍କ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ।PUCC କରିବାକୁ ହେଲେ ଚାଲାଣ ପୈଠ କରିବାକୁ ପଡ଼ିବ।
ମୋଟରଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ରାୟ।ଏହା ସହ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ ।
ଗତ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ, ଗାଡି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା ।
ଏ ନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଦାୟର ହୋଇଥିଲା ଜନସ୍ୱାର୍ଥ ମାମଲା ।
ମୋଟର ଯାନ ଆଇନ ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ ୧୯୮୯ ଉଲଂଘନ କରି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମମାଲାରେ ଉଲ୍ଲେଖ କରାଯାଇଥିଲା ।
ଗାଡିର PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ଗାଡି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ ।
ଏଥିସହିତ ଗାଡିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ ।