ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମନା

Mar 4, 2024 - 18:50
Mar 4, 2024 - 20:22
 8
ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମନା

ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାରଙ୍କ କଟକଣା । ରାଜ୍ୟର ଅଭୟାରଣ୍ୟ , ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକମାନେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର କରିପାରିବେ ନାହିଁ। ଏ ନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ନିର୍ଦ୍ଦେଶନାମା ଜାରି ହୋଇଛି। ଏପ୍ରିଲ୍ ପହିଲାରୁ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ କଟକଣା ଲାଗିବ ।