ଆଇଆଇଏମ ସମ୍ବଲପୁରର ନୂଆ ବିଲ୍ଡିଂର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଦିନିକିଆ ଓଡ଼ିଶା ଗସ୍ତ । ଏହାରି ଭିତରେ ସେ ଏବେ ସମ୍ବଲପୁର ଆଇଆଇଏମ କ୍ୟାମ୍ପସ ପରିସରରେ ପହଞ୍ଚି ବିଧିବଦ୍ଧଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ମନ୍ତ୍ରୀ ସାରଦା ନାଏକ, ସାଂସଦ ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଓ ସ୍ଥାନୀୟ ପ୍ରଶାସନ ଦ୍ୱାରା ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ସେ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ ସହ ରାଜ୍ୟବାସୀଙ୍କୁ ବିଦ୍ୟୁତ, ସଡ଼କ, ରେଳ, ଗ୍ୟାସ ପାଇପଲାଇନ ଆଦି ବହୁ କ୍ଷେତ୍ରରେ ୬୮ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ । ଏଥିସହ ସମ୍ବଲପୁରରେ ଆୟୋଜିତ ବିଜେପିର ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେବେ । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ସମ୍ବଲପୁର । ପୋଲିସ ପ୍ରଶାସନ ପକ୍ଷରୁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।