ଆଉ ଖେଳା ଯାଇ ପାରିବ ନାହିଁ Online Game

Aug 23, 2025 - 19:45
 11
ଆଉ ଖେଳା ଯାଇ ପାରିବ ନାହିଁ Online Game

ରାଷ୍ଟ୍ରପତିଙ୍କ ସ୍ଵାକ୍ଷର ଓ ଗେଜେଟ୍ ନୋଟିଫିକେସନ ପରେ ଅନଲାଇନ ଗେମିଙ୍ଗ ଆଇନରେ ପରିଣତ ହୋଇଛି। ଆଗରୁ ସଂସଦର ଉଭୟ ଗୃହରେ ଏହା ଗୃହୀତ ହୋଇଥିଲା । ଆଇନ ହେବା ପରେ ଡ୍ରିମ 11, ଗେମସ 24X7 ଓ ମୋବାଇଲ ପ୍ରିମିୟର ଲିଗ୍, ନଜାରା ଟେକନୋଲୋଜିସ ଲିମିଟେଡ ଦ୍ବାରା ପରିଚାଳିତ ୩.୮ ବିଲିୟନ ଡଲାରର ଗେମିଂ ଶିଳ୍ପ ପ୍ରଭାବିତ ହେବ।

ମିଡିଆର କୌଣସି ପ୍ଲାଟଫର୍ମରେ ଅନଲାଇନ ଗେମିଂର ବିଜ୍ଞାପନ ଓ ପ୍ରମୋସନ କରାଯାଇପାରିବ ନାହିଁ। ଟଙ୍କା କାରବାର କ୍ଷେତ୍ରରେ ବ୍ୟାଙ୍କ ଓ ପେମେଣ୍ଟ ସିଷ୍ଟମ ଜରିଆରେ ଅର୍ଥ ନେଣଦେଣ ନିଷିଦ୍ଧ କରାଯାଇଛି। ଆଇଟି ଆଇନ ୨୦୦୦ ଅନୁସାରେ ଅନଲାଇନ ଗେମଗୁଡ଼ିକୁ ବ୍ଲକ କରାଯିବ।

ଅନଲାଇନ ଗେମିଂ ଅଥରିଟି ଗଠନ ଆଇନ ଅନୁସାରେ ନିୟମ ଉଲ୍ଲଂଘନ ହେଲେ ୩ ବର୍ଷ ଜେଲଦଣ୍ଡ କିମ୍ବା ୧କୋଟି ଟଙ୍କା ଜରିମାନା କିମ୍ବା ଉଭୟ ଦଣ୍ଡ ମିଳିବ। ଅନଲାଇନ ଗେମର ବିଜ୍ଞାପନ କ୍ଷେତ୍ରରେ ୫୦ ଲକ୍ଷ ଟଙ୍କା ଜରିମାନା କିମ୍ବା ୨ ବର୍ଷ ଯାଏ ଜେଲଦଣ୍ଡ ମିଳିବ। ଯଦି କୌଣସି ଆର୍ଥିକ କାରବାର ହୁଏ ତେବେ ୩ ବର୍ଷ ଯାଏ ଜେଲ କିମ୍ବା ୧ କୋଟି ଟଙ୍କା ଜରିମାନା କିମ୍ବା ଉଭୟ ଦଣ୍ଡ ମିଳିପାରେ। ଦଣ୍ଡ ପରେ ଯଦି ପୁନର୍ବାର ଅପରାଧ ଘଟାଯାଏ ତେବେ ୩ରୁ ୫ ବର୍ଷ ଜେଲଦଣ୍ଡ ଓ ୨ କୋଟି ଟଙ୍କା ଯାଏ ଜରିମାନା ବ୍ୟବସ୍ଥା ରହିଛି।