ଆଗାମୀ ସପ୍ତାହ ଯାଏଁ ପାଣିପାଗର ପୂର୍ବାନୁମାନ...

Sep 16, 2026 - 13:27
 9
ଆଗାମୀ ସପ୍ତାହ ଯାଏଁ ପାଣିପାଗର ପୂର୍ବାନୁମାନ...

ଆସନ୍ତା ସପ୍ତାହେ ଯାଏଁ ବର୍ଷାରୁ ମିଳିବନି ନିସ୍ତାର । 

୨୨ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । 

ଏବେ ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଅଂଚଳରେ ସକ୍ରିୟ ରହିଛି। 

ଏହା ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। 

ଦୁଇଦିନ ପାଇଁ ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।*

ସେହିଭଳି ୧୮ ତାରିଖରେ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ବାଲେଶ୍ବରରୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । 

୧୯ ତାରିଖରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ୩୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । 

ସେହିଦିନ ୬ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ ।

ଅନ୍ୟପଟେ ୨୧ ଓ ୨୨ ତାରିଖରେ କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଜୁନ୍ ୧ରୁ ଆଜି ଯାଏଁ ରାଜ୍ୟରେ ମୋଟ୍ ୧୨୬୯.୭ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ୱାଭାବିକ ବର୍ଷାଠାରୁ ୨୧ ପ୍ରତିଶତ ଅଧିକ। 

ତେବେ ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।