ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା ।

Feb 19, 2026 - 15:33
 10
ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା ।

ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । 

ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି । 

ପରୀକ୍ଷାରେ ସ୍ୱଚ୍ଛତା, ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦିଆଯାଇଛି ।

ପରୀକ୍ଷାର ପ୍ରଥମ ଦିନରେ କିପରି ଭାବରେ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଅନୁଧ୍ୟାନ ପାଇଁ ଭୁବନେଶ୍ୱର ୟୁନିଟ୍-୧ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ ମନ୍ତ୍ରୀ

ସକାଳ ୯ଟାରୁ ଆରମ୍ଭ ହୋଇଛି ପରୀକ୍ଷା। 

ରାଜ୍ୟର ୩୦୮୨ଟି ସେଣ୍ଟରରେ ହେଉଛି ପରୀକ୍ଷା। 

ଆଜି ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। 

ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି।

କଟକ ବୋର୍ଡ ଅଫିସରେ ଅତ୍ୟାଧୁନିକ କମାଣ୍ଡ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି 

ଏଆଇ ସମ୍ପନ୍ନ ସିସିଟିଭି କ୍ୟାମେରା ନଜରରେ ରହିଛି ସେଣ୍ଟର।