ଆଜି ୩ ଘଣ୍ଟା ଜଗା ଦର୍ଶନ ବନ୍ଦ
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀ ମନ୍ଦିରରେ ୩ ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏହି ନୀତି ମହାପ୍ରଭୁଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ ହେବ । ପ୍ରଥା ଓ ପରମ୍ପରା ଅନୁଯାୟୀ,ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତିକୁ ସୁଚାରୁ ରୂପେ ସମ୍ପନ୍ନ କରିବେ । ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ହୋଇଥାଏ । ଆଜି ସନ୍ଧ୍ୟା ୬ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ ।