ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ‌ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା .

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ‌ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା  .

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ‌ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ସହ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜୁଲାଇ ୧୮ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କଳାହାଣ୍ତିର ଟିଏଚ୍‌ ରାମପୁରରେ ୭ ସେମି, କଟକର କଣ୍ଟପଡ଼ାରେ ୬ ସେମି, କେନ୍ଦୁଝରର ଶାଳପଡ଼ା, ମୟୂରଭଞ୍ଜର ରାସଗୋବିନ୍ଦପୁର, ଚାନ୍ଦୁଆ କୁଳିଅଣା, ସୁନ୍ଦରଗଡ଼ର ଟେନ୍‌ସା ଓ ନୟାଗଡ଼ରେ ୫ ସେମି ଲେଖାଏଁ ବର୍ଷା ହୋଇଛି।