ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଏବଂ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

Sep 24, 2025 - 17:56
 6
ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଏବଂ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

                                                                                                                   ଆମେରିକାର ନ୍ୟୁୟର୍କରେ ଅନୁଷ୍ଠିତ ମିଳିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ଅଧିବେଶନ ଅବସରରେ, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଏବଂ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। 

ଦୁଇ ନେତା ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବା ଉପରେ ଆଲୋଚନା କରିଥିଲେ।

ଏହି ଆଲୋଚନାରେ ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି, ଔଷଧ ଏବଂ ଖଣିଜ ପଦାର୍ଥ ଭଳି କ୍ଷେତ୍ର ଅନ୍ତର୍ଭୁକ୍ତ ହୋଇଥିଲା। 

ସାମ୍ପ୍ରତିକ ବାଣିଜ୍ୟ ଉତ୍ତେଜନା ପରେ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ ନୂତନ ଦିଗଦର୍ଶନ ଦେବା ପାଇଁ ଏହି ବୈଠକକୁ ଏକ ପ୍ରୟାସ ଭାବରେ ଦେଖାଯାଉଛି। 

ଏହି ବୈଠକ ପରେ ରୁବିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, "ଜାତିସଂଘ ସାଧାରଣ ପରିଷଦ ବୈଠକ ଅବସରରେରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସହ ସାକ୍ଷାତ ହୋଇଥିଲା।