ଆସୁଥିବା ଗଣେଶ ଚତୁର୍ଥୀ ଓ ନୂଆଖାଇ ପର୍ବ ରେ ସମଗ୍ର ଓଡିଶା ବର୍ଷାରେ ପୁରା ଭିଜିବ

Aug 25, 2025 - 16:39
 11
ଆସୁଥିବା ଗଣେଶ ଚତୁର୍ଥୀ ଓ ନୂଆଖାଇ ପର୍ବ ରେ ସମଗ୍ର ଓଡିଶା ବର୍ଷାରେ ପୁରା ଭିଜିବ

ପାଣିପାଗର ଆକଳନ ଅନୁସାରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଓଡିଶା ବର୍ଷାରେ ଭିଜିବ|

ଆସୁଥିବା ଦୁଇଟି ପର୍ବ ବର୍ଷା ଯୋଗୁଁ ହେବ ନିରାନନ୍ଦମୟ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ |

ଗୋଟିଏ ଲଘୁଚାପ କ୍ଷେତ୍ରର ପ୍ରଭାବ ଶେଷ ନହେଉଣୁ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗର ପୂର୍ବାନୁମାନ ଏମିତିକା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି |