ଇଣ୍ଟରନେଟ ସେବା ବନ୍ଦ ବଳବତ୍ତର ରହିଲା କାର୍ଲିମଙ୍ଗଳବାର ସନ୍ଧ୍ୟା ୭ ଘଟିକା ପର୍ଯ୍ୟନ୍ତ...

Oct 6, 2025 - 20:37
 6
ଇଣ୍ଟରନେଟ ସେବା ବନ୍ଦ ବଳବତ୍ତର ରହିଲା କାର୍ଲିମଙ୍ଗଳବାର ସନ୍ଧ୍ୟା ୭ ଘଟିକା ପର୍ଯ୍ୟନ୍ତ...

ଭୁବନେଶ୍ବର: କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖୁବା ଉଦ୍ଦେଶ୍ୟରେ ଅକ୍ଟୋବର ୭ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ବମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧ ଲାଗୁ କରାଯାଇଛି ।