ଉତ୍ତରପ୍ରଦେଶ ରେ 'ବନ୍ଦେ ମାତରଂ' ବାଧ୍ୟତା ମୂଳକ...

Nov 11, 2025 - 11:58
 8
ଉତ୍ତରପ୍ରଦେଶ ରେ 'ବନ୍ଦେ ମାତରଂ' ବାଧ୍ୟତା ମୂଳକ...

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ

ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍" ବାଧ୍ୟତାମୂଳକ କରାଯିବ ।

ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍”କୁ ଜାତୀୟ ସଙ୍ଗୀତ ଭାବରେ ବାଧ୍ୟତାମୂଳକ କରାଯିବ । ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ଆଜିଠାରୁ ଏକତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଅକ୍ଟୋବର ୩୧ ତାରିଖକୁ ଜାତୀୟ ସ୍ତରରେ ପାଳନ କରାଯାଇପାରିବ ।