ଏବେ ଏବେ ଶ୍ରୀମନ୍ଦିର ରେ ରତ୍ନଭଣ୍ଡାର ର ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି...
ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ନେଇ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି।
ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଏବଂ ଶ୍ରୀମନ୍ଦିର ପ୍ରଶାସକଙ୍କ ସମେତ ଅନ୍ୟ ଟିମ୍ ସଦସ୍ୟମାନେ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି|
ବର୍ତ୍ତମାନ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ କରାଯାଇଛି|
ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇପାରିବେ।
ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ ବୋଲି ସୂଚନା ମିଳିଛି।