ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬...

ଦାବି ଓ ଆପତ୍ତି ଦାଖଲ ଅବଧି ୧୯ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି

Aug 1, 2026 - 21:22
 8
ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬...

ଓଡ଼ିଶାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ କାର୍ଯ୍ୟକ୍ରମ ଅଧୀନରେ ଚିଠା ଭୋଟର ତାଲିକା ଉପରେ ଦାବି ଓ ଆପତ୍ତି ଦାଖଲ ପାଇଁ ସମୟସୀମାକୁ ଭାରତ ନିର୍ବାଚନ ଆୟୋଗ ୧୯ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। 

ଏ ସମ୍ପର୍କିତ ଆଧିକାରିକ ବିଜ୍ଞପ୍ତି ଆଜି ଗୃହ (ନିର୍ବାଚନ) ବିଭାଗ ପକ୍ଷରୁ ଓଡ଼ିଶା ଗେଜେଟ୍ ରେ ପ୍ରକାଶ ପାଇଛି। 

୦୧ ଜୁଲାଇ ୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରି ଚାଲିଥିବା ଏହି ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ପାଇଁ ଭାରତ ନିର୍ବାଚନ ଆୟୋଗ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରିଛନ୍ତି। 

ରାଜ୍ୟରେ ଅଧିକରୁ ଅଧିକ ଯୋଗ୍ୟ ନାଗରିକଙ୍କୁ ଭୋଟର ତାଲିକାରେ ସାମିଲ କରିବା, ଯୋଗ୍ୟ ଭୋଟରଙ୍କୁ ପର୍ଯ୍ୟାପ୍ତ ସମୟ ଦେବା ଏବଂ ଦାବି ଓ ଆପତ୍ତି ପ୍ରକ୍ରିୟାକୁ ଅଧିକ ସୁବ୍ୟବସ୍ଥିତ ଓ ଅନ୍ତର୍ଭୂକ୍ତିମୂଳକ କରିବା ଉଦ୍ଦେଶ୍ୟରେ ଏହି ସମୟ ବୃଦ୍ଧି କରାଯାଇଛି। 

ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର୍. ଏସ୍. ଗୋପାଲନଙ୍କ ଅନୁରୋଧ କ୍ରମେ, Registration of Electors Rules, 1960ର Rule 12 ଅନୁଯାୟୀ ଭାରତ ନିର୍ବାଚନ ଆୟୋଗ ଦାବି ଓ ଆପତ୍ତି ଦାଖଲର ଶେଷ ତାରିଖକୁ ୧୯ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।