ଓଡିଶାରେ ଦୁଇଟି ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା କରିବ ବେଦାନ୍ତ...
ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି ।
ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ ।
ଏହାଦ୍ୱାରା ରାଜ୍ୟରେ ୧ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ ।
ରାଜ୍ୟ ସରକାର ମଧ୍ୟ ଏହି ନିବେଶକୁ ପ୍ରୋତ୍ସାହନ ଦେବାପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି ଏବଂ ଏଥିପାଇଁ ଆବଶ୍ୟକ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଜଣାଯାଇଛି।
ଏହା ସହିତ ବିଶ୍ୱର ମେଟାଲ ଭାଲ୍ୟୁ-ଚେନ୍ରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ କେନ୍ଦୁଝର ଠାରେ ଏକ ଅତ୍ୟାଧୁନିକ ଫେରୋ-ଆଲଏଜ୍ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ ବୋଲି ବୈଠକରୁ ଜଣାଯାଇଛି ।