କଟକ ହସ୍ପିଟାଲରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Mar 16, 2026 - 16:50
Mar 16, 2026 - 19:19
 4
କଟକ ହସ୍ପିଟାଲରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

କଟକ ହସ୍ପିଟାଲରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥ‌ିବା ଅଗ୍ନିକାଣ୍ଡ ଜନିତ ଜୀବନହାନି ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ କମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। ଲୋକମାନ

ପ୍ରଧାନମନ୍ତ୍ରୀ ପ୍ରତ୍ଯେକ କ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରିଛନ୍ତି,

''ଓଡ଼ିଶାର କ କଟକରେ ରେ ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପାଇଁ ମୁଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦା ଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ।''