କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ...
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ...
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ
୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।