କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାରଷ୍ଟ୍ରିପରେ ପହଞ୍ଚିଲେ। ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଗୁରୁବାର କେନ୍ଦୁଝରରେ ପହଞ୍ଚିଛନ୍ତି। ଏହାପରେ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି।

୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ମହାମହିମଙ୍କର କେନ୍ଦୁଝର ଓ ଭୁବନେଶ୍ୱରରେ କାର୍ୟ୍ୟକ୍ରମ ରହିଛି। ରାଷ୍ଟ୍ରପତି ଆଜି କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ।  ସେଇଠୁ ଫେରି ଉତ୍କଳ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି।ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱତନ୍ତ୍ର ହେଲିକପ୍ଟରରେ ମୟୂରଭଞ୍ଜ ଆସିଥିଲେ। ପରେ ଖିଚିଂର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କ ଦର୍ଶନ କରିବା ସହ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ। ପରେ ମହୁଲଡିହାସ୍ଥିତ ବାସଭବନରେ ରାତ୍ରିଯାପନ କରିଥିଲେ।