ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା...

Dec 31, 2025 - 22:42
Dec 31, 2025 - 22:44
 6
ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା...

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା...

ରାଜ୍ୟରେ ୧୦ ଲକ୍ଷ ମେଟ୍ରିକ ଟନ କ୍ଷମତା ଗୋଦାମ ନିର୍ମାଣ

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବିଭାଗୀୟ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । 

ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ, ଓଡ଼ିଶା ରାଜ୍ୟ ଖାଦ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । 

ବୈଠକ ପ୍ରାରମ୍ଭରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । 

ରାଜ୍ୟରେ ଜାରି ଖରିଫ ଧାନକିଣା ଋତୁରେ ଏ ପର୍ଯ୍ୟନ୍ତ ୧୮ଟି ଜିଲ୍ଲାର ପ୍ରାୟ ୨ ଲକ୍ଷ ୨୮ ହଜାର ଚାଷୀଙ୍କ ଠାରୁ ପ୍ରାୟ ୧୦ ଲକ୍ଷ ମେଟ୍ରିକ ଟନ ଧାନ କିଣାଯିବା ସହ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦକୁ ପାଖାପାଖି ୧୭୯୦ କୋଟି ଟଙ୍କା ଓ ଇନପୁଟ ସହାୟତା ବାବଦକୁ ୫୫୨ କୋଟି ଟଙ୍କା ଚାଷୀ ମାନଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଥିବା ସେ ଅବଗତ କରାଇଥିଲେ । 

ରାଜ୍ୟରେ ଧାନ କିଣାକୁ ତ୍ୱରାନ୍ୱିତ କରିବା ସହ ଚାଷୀ ମାନଙ୍କ ସ୍ୱାର୍ଥ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ପାତ୍ର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଅନିୟମିତତାର ଅଭିଯୋଗ ଉପରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । 

ଅନ୍ୟପକ୍ଷରେ ରାଜ୍ୟରେ ୧୦ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ଉପରେ ଆଲୋଚନା ହୋଇଥିଲା। ପ୍ରାଥମିକ ଭାବେ ୪ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ପାଇଁ ସରକାର ଅନୁମୋଦନ କରିଥିବା ବେଳେ ଆଉ ୬ ଲକ୍ଷ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ପାଇଁ ପ୍ରସ୍ତାବ ଦେବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା 

ସେହିଭଳି ଧାନକିଣାରୁ ଉତ୍ପାଦିତ ବଳକା ଚାଉଳକୁ ଭାରତୀୟ ଖାଦ୍ୟ ନିଗମକୁ ପ୍ରଦାନ କରିବା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।