ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନ ଭଣ୍ଡାର ଗଣତିମଣତି କାର୍ଯ୍ୟ I
ରତ୍ନଭଣ୍ଡାର ଓ ଗଣତିମଣତିକୁ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରି ତାର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ। ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରି ଚନ୍ଦନ ସୂଚନା ଦେଇଛନ୍ତି |
ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଗଣତିମଣତି ନେଇ RBI ଦୁଇ ଜଣ ବିଶେଷଜ୍ଞଙ୍କୁ ମନୋନୀତ କରା ଯାଇଛି | ସେମାନେ ଖୁବ ଶୀଘ୍ର ପରିଚାଳନା କମିଟିର ସହଯୋଗ ରେ କାର୍ଯ୍ୟ ଆରମ୍ଭ କରିବେ ବୋଲି ମନ୍ତ୍ରୀ କହିଛନ୍ତି |