ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଲୋକାର୍ପିତ

ବରଗଡ଼: ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଯାଇ ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି। ୧୬୭୭ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଜିଲ୍ଲାର ସବୁଜ ବିପ୍ଲବ ଆଣିବ ବୋଲି ଆଶା କରାଯାଉଛି। ସେହିପରି ୧୦୬ କୋଟି ୬ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶହେ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ପଶ୍ଚିମ ଓଡିଶାର କର୍କଟ ରୋଗୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ନୃସିଂହନାଥ ପୀଠର ମଧ୍ୟ ଲୋକାର୍ପଣ କରିଛନ୍ତି।

Feb 20, 2024 - 18:07
 15
ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଲୋକାର୍ପିତ