ଗୁଣୁପୁର ପୂର୍ବତନ ବିଧାୟକ ରାମମୂର୍ତି ଗମାଙ୍ଗଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ...

Jun 12, 2026 - 16:08
 9
ଗୁଣୁପୁର ପୂର୍ବତନ ବିଧାୟକ ରାମମୂର୍ତି ଗମାଙ୍ଗଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ...

ଗୁଣୁପୁର ପୂର୍ବତନ ବିଧାୟକ ରାମମୂର୍ତି ଗମାଙ୍ଗଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ...

ରାୟଗଡା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତି ଗମାଙ୍ଗଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । 

ମୃତ୍ୟୁ ବେଳକୁ ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିବା ସହ ଗଭୀର ଶୋକବ୍ୟକ୍ତ କରିଛନ୍ତି । 

ସ୍ୱର୍ଗତଃ ଗମାଙ୍ଗଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।