ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି...

Jan 20, 2026 - 10:04
 6
ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି...

ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି...

ଜଟଣୀ ବ୍ଲକ ଅନ୍ତର୍ଗତ ପଦନପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ଯୁଗ୍ମ ଅଭିଯୋଗ ଶୁଣାଣି ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । 

ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଜଣାଶୁଣାଣିକୁ ଆସିଥିବା ଜନସାଧାରଣ ମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । 

ମୋଟ ୫୮ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୫୧ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । 

ସେଥିମଧ୍ୟରୁ ୪ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।

ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ବିଡିଓ ବସନ୍ତ ହାତୀ, ତହସିଲଦାର, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଅତିରିକ୍ତ ଡ଼ିସିପି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।