ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ...
ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ...
ଜଟଣୀ ବ୍ଲକ ଅନ୍ତର୍ଗତ ଯାଆଁଳା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ଯୁଗ୍ମ ଅଭିଯୋଗ ଶୁଣାଣି ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି ।
ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।
ଜନ ଶୁଣାଣିକୁ ଆସିଥିବା ଜନସାଧାରଣ ମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।
ମୋଟ ୩୬ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୨୯ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା ।
ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଜଟଣୀ ବିଡିଓ, ତହସିଲଦାର, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।