ଜିଲ୍ଲା ଶିଳ୍ପକେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ଵୟନର ସମୀକ୍ଷା...

May 6, 2026 - 20:58
 6
ଜିଲ୍ଲା ଶିଳ୍ପକେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ଵୟନର ସମୀକ୍ଷା...

ଜିଲ୍ଲା ଶିଳ୍ପକେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ଵୟନର ସମୀକ୍ଷା...

ଜିଲ୍ଲା ଶିଳ୍ପକେନ୍ଦ୍ର ସାଧାରଣ ପରିଚାଳକମାନଙ୍କର (ଜିଏମ୍-ଡିଆଇସି) ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । 

ଏହି ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ୨୦୨୫-୨୬ ଆର୍ଥିକ ବର୍ଷର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ସହ ୨୦୨୬-୨୭ ବର୍ଷ ପାଇଁ ରୋଡମ୍ୟାପ୍ ଉପସ୍ଥାପନ କରିଛନ୍ତି । 

ରାଜ୍ୟର ଅର୍ଥନୀତିରେ ଏମ୍ଏସ୍ଏମ୍ଇ କ୍ଷେତ୍ର ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ବେଳେ ତୃଣମୂଳ ସ୍ତରରେ ଆସୁଥିବା ସମସ୍ୟାର ତ୍ଵରିତ ସମାଧାନ ପାଇଁ ମାନ୍ୟବର ମନ୍ତ୍ରୀ ସାଧାରଣ ପରିଚାଳକଙ୍କୁ ନିର୍ଦ୍ଦେଶ ଦେଇଥିଲେ । 

ବଜେଟର ଶତ ପ୍ରତିଶତ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ତ୍ରୟମାସିକ ଯୋଜନା ପ୍ରସ୍ତୁତ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ । 

ଏହା ସହ କହିଥିଲେ ଯେ, ଇଜ୍ ଅଫ୍ ଡୁଇଙ୍ଗ ବିଜିନେସ୍ କୁ ପ୍ରାଥମିକତା ଦେଇ ଯୁବ ଉଦ୍ୟୋଗୀମାନଙ୍କୁ ସହଯୋଗ କରିବାକୁ ପଡ଼ିବ । ଜିଲ୍ଲାପାଳମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜିଲ୍ଲାସ୍ତରରେ ଅଧିକାରୀମାନଙ୍କର କାର୍ଯ୍ୟଦକ୍ଷତା ସମୀକ୍ଷା କରିବାକୁ ସେ ପରମର୍ଶ ଦେଇଥିଲେ । 

ବିକଶିତ ଓଡ଼ିଶା @ ୨୦୩୬ ଏବଂ ବିକଶିତ ଭାରତ @ ୨୦୪୭ ଲକ୍ଷ୍ୟ ହାସଲ ପାଇଁ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଅଧିକ ଲୋକଭିମୁଖୀ ଓ ସଶକ୍ତ କରିବା ଉପରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଗୁରୁତ୍ଵାରୋପ କରିଥିଲେ ।   

ଏହି ବୈଠକରେ ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-ତଥା-ଶାସନ ସଚିବ ରଶ୍ମିତା ପଣ୍ଡା, ଓଏସ୍‌ଆଇସିର ପରିଚାଳନା ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |