ଜୟଦେବ ଭବନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିବିଧମୟ ସାଂସ୍କୃତିକ କାର୍ଯ୍ୟକ୍ରମ...

Apr 15, 2026 - 09:52
 52
ଜୟଦେବ ଭବନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିବିଧମୟ ସାଂସ୍କୃତିକ କାର୍ଯ୍ୟକ୍ରମ...

ଜୟଦେବ ଭବନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିବିଧମୟ ସାଂସ୍କୃତିକ କାର୍ଯ୍ୟକ୍ରମ...

ଡ଼ଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ଜୟଦେବ ଭବନରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ପକ୍ଷରୁ ଏକ ବିବିଧମୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ଅନ୍ୟାନ୍ୟ ଗଣ୍ୟମାନ୍ୟ ବ୍ୟକ୍ତିବର୍ଗ ଉପସ୍ଥିତ ଥିଲେ। 

ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ଡ଼ଃ ଆମ୍ବେଦକରଙ୍କ ସମାଜିକ ନ୍ୟାୟ, ସମତା ଓ ଜାତି ଗଠନରେ ଅସାଧାରଣ ଅବଦାନ ବିଷୟରେ ଉଲ୍ଲେଖ କରିଥିଲେ। 

ସେହିପରି ସେ ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ମହଲର ଉନ୍ନତି ପାଇଁ ସରକାରଙ୍କ ପ୍ରତିବଦ୍ଧତା ବିଷୟରେ ମତ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜୁନିଅର ଓ ସିନିଅର ଶ୍ରେଣୀର ସାଂସ୍କୃତିକ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଭାଗନେଇଥିଲେ। 

ବିଜେତାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ହସ୍ତରେ ପୁରସ୍କାର ପ୍ରଦାନ କରାଯାଇଥିଲା। କ୍ୟାପିଟାଲ ହାଇ ସ୍କୁଲର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ଅର୍ଜନ କରି ପୁରସ୍କାର ଜିତିଥିଲେ।

ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସହ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିବା ସହ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ଡ଼ଃ ଆମ୍ବେଦକରଙ୍କ ଆଦର୍ଶ ଓ ଦୃଷ୍ଟିକୋଣକୁ ସ୍ମରଣ କରି ଏହି କାର୍ଯ୍ୟକ୍ରମ ଏକ ପ୍ରେରଣାଦାୟକ ପରିବେଶରେ ସମାପ୍ତ ହୋଇଥିଲା।