ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ...

Jul 7, 2026 - 08:29
Jul 7, 2026 - 08:30
 7
ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ...

ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ଦିଗରେ ଯୋଗଜନ୍ମା ରାଷ୍ଟ୍ରନୀତିଜ୍ଞ ଡ଼ଃ ମୁଖାର୍ଜୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ 

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆଜି ଯୋଗଜନ୍ମା ରାଷ୍ଟ୍ରନୀତିଜ୍ଞ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମକୁ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। 

ନିଜର ଅଭିଭାଷଣରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, ଆମ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ଦିଗରେ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ଜଣେ ସୁବକ୍ତା ଓ ସମାଜ ସଂସ୍କାରକ ଭାବେ ଡ଼ଃ ମୁଖାର୍ଜୀ ସୁପରିଚିତ। ଜଣେ ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ଓ ରାଜନେତା ଭାବେ ସେ ଦେଶପାଇଁ ସର୍ବସ୍ୱ ତ୍ୟାଗ କରିଛନ୍ତି। 

ଡ଼ଃ ମୁଖାର୍ଜୀଙ୍କ ମୂଲ୍ୟବୋଧ ରାଜନୀତି ସମସ୍ତ ରାଜନେତାମାନଙ୍କୁ ପ୍ରେରିତ କରିଛି। ଡ଼ଃ ମୁଖାର୍ଜୀ ଆମ ସମସ୍ତଙ୍କ ପାଇଁ ଆଦର୍ଶ ଏବଂ ତାଙ୍କ ଆଦର୍ଶରେ ଆଜି ଦେଶର ଲକ୍ଷ ଲକ୍ଷ ଲୋକ ଅନୁପ୍ରାଣିତ ହୋଇଛନ୍ତି ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।

ବିଶିଷ୍ଟ ସାହିତ୍ୟିକ ତଥା ସମାଜସେବୀ ଶ୍ରୀ ମୁକୁଲ କାନିତ୍‌କର ଆଜିର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ କହିଥିଲେ ଯେ, ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଚିନ୍ତା ଓ ଚେତନା ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଜଣେ ଯୁଗସ୍ରଷ୍ଟା ଓ ସ୍ୱପ୍ନଦ୍ରଷ୍ଟା ଭାବେ ଡ଼ଃ ମୁଖାର୍ଜୀଙ୍କ ଅଖଣ୍ଡ ଓ ବିକଶିତ ଭାରତର ସ୍ବପ୍ନକୁ ସାକାର କରିବା ପାଇଁ ଆମେ ସମସ୍ତେ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ମୁକୁଲ କାନିତ୍‌କର ମତପ୍ରକାଶ କରିଥିଲେ। ଏଥିସହ ଶ୍ରୀ କାନିତ୍‌କର ଡ଼ଃ ମୁଖାର୍ଜୀଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଶିଷ୍ଟ ସାହିତ୍ୟିକ ଶ୍ରୀ ସୁଦର୍ଶନ ନାୟକ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।