ଦେଶର ପ୍ରଗତିରେ ନିରବଚ୍ଛିନ୍ନ ଭାବେ ଯୋଗଦାନ .

ଦେଶର ପ୍ରଗତିରେ ନିରବଚ୍ଛିନ୍ନ ଭାବେ ଯୋଗଦାନ କରିଆସୁଥିବା ଶ୍ରମଜୀବୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ଲାଗି ରାଜ୍ୟ ସରକାର ବଦ୍ଧପରିକର। ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସରକାର ସମର୍ପିତ ହୋଇ କାର୍ଯ୍ୟ କରୁଛନ୍ତି ବୋଲି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇ କହିଛନ୍ତି। #LabourDay ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିବା ସହ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଛନ୍ତି।

1 / 1

1.