ନବଉତ୍କଳର ନିର୍ମାତା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି...

Apr 26, 2026 - 13:13
 16
ନବଉତ୍କଳର ନିର୍ମାତା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି...

ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅପୂର୍ବ ନେତୃତ୍ୱ ପ୍ରଦାନ କରିଥିବା ନବଉତ୍କଳର ନିର୍ମାତା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଓଡ଼ିଆ ଜାତିର ସ୍ୱାଭିମାନ ଓ ଅସ୍ମିତାର ଏକ ଅବିସ୍ମରଣୀୟ ପ୍ରତୀକ ଭାବେ ସଦା ସ୍ମରଣୀୟ। ତାଙ୍କର ଦୂରଦୃଷ୍ଟି, ପ୍ରଜାନୁରଞ୍ଜନ ଶାସନ ଓ ରାଜ୍ୟ ଗଠନରେ ଅବଦାନ ଓଡ଼ିଶାର ଇତିହାସକୁ ଏକ ଦୃଢ଼ ଭିତ୍ତି ପ୍ରଦାନ କରିଛି।

ଏହି ଅବସରରେ ସକାଳ ୮ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ ପରିବହନ ଭବନ ସମ୍ମୁଖ ଏଜି ଛକରେ ଅବସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା।

ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି, ଓଡ଼ିଶା ବିଧାନସଭା ଶ୍ରୀମତୀ ସୁରମା ପାଢ଼ୀ ଓ ମାନ୍ୟବର ସାଂସଦ, ବ୍ରହ୍ମପୁର ଶ୍ରୀ ପ୍ରଦୀପ କୁମାର ପାଣିଗ୍ରାହୀ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଏହାସହ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସହକାରୀ ଅର୍ଥ ପରାମର୍ଶଦାତା ତଥା ଉପ ଶାସନ ସଚିବ ଶ୍ରୀ ପୃଥ୍ୱୀରାଜ ପାଣି, ସହକାରୀ ନିର୍ଦ୍ଦେଶକ ଶ୍ରୀ ଦୀପକ କୁମାର ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା, ଶ୍ରୀମତୀ ପ୍ରମୋଦିନୀ ଟେଟେ, ଶ୍ରୀ ସୁଜିତ ରଞ୍ଜନ ସ୍ୱାଇଁ ଓ ଶ୍ରୀ ଅଭିଶେକ୍ ସହିତ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ସଂସ୍କୃତି ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ପାରଳା ଗଜପତି ବିକାଶ ମଞ୍ଚର କର୍ମକର୍ତ୍ତାମାନେ, ବିଭିନ୍ନ ସାମାଜିକ ଅନୁଷ୍ଠାନର ପ୍ରତିନିଧି, ବୁଦ୍ଧିଜୀବୀ ଓ ସାଧାରଣ ଲୋକମାନେ ଯୋଗଦେଇ ମହାନ ବ୍ୟକ୍ତିତ୍ୱଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ